Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ପ୍ରଧାନମନ୍ତ୍ରୀ ଦିନିକିଆ ଓଡ଼ିଶା ଗସ୍ତରେ ଆସି ୧୪,୫୨୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ …..

0

ଭୁବନେଶ୍ବର(ନିରପେକ୍ଷ ଖବର): ଚଳିତମାସ ୨୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଓଡ଼ିଶା ଗସ୍ତରେ ଆସି ୧୪,୫୨୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ।ଏହି ସୂଚନା ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ସଂସ୍କୃତି ମହେଶ ଶର୍ମା ଦେଇଛନ୍ତି।ଶ୍ରୀ ପ୍ରଧାନ କହିଛନ୍ତି , ପାଇକ ବିଦ୍ରୋହର ୨୦୦ବର୍ଷ ପୂର୍ତ୍ତି ଅବସରରେ ପାଇକ ବିଦ୍ରୋହର ସ୍ମାରକୀ ଡାକଟିକେଟ୍ ଓ ୨୦୦ଟଙ୍କିଆ ସ୍ମାରକୀ ମୁଦ୍ରା ସମେତ ଉତ୍କଳ ବିଶ୍ୱବିଦ୍ୟାଳୟରେ ଏକ ଗବେଷଣା ଚେୟାରକୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଲୋକାର୍ପଣ କରିବେ। ଏହି ଚେୟାର ପାଇଁ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ୫କୋଟି ଟଙ୍କାର କର୍ପସ ପାଣ୍ଠି ଯୋଗାଇ ଦିଆଯିବ।ସେହିପରି ୧୨୬୦କୋଟି ଟଙ୍କା ବିନିଯୋଗରେ ସମସ୍ତ ଭିତ୍ତିଭୂମି ଥିବା ଆଇଆଇଟିର ନୂଆ କ୍ୟାମ୍ପସକୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବା ସହ ବ୍ରହ୍ମପୁରରେ ବିଶ୍ୱସ୍ତରୀୟ ଶିକ୍ଷାନୁଷ୍ଠାନ ଆଇଜର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କରିବେ। ୩୮୦୦କୋଟି ଟଙ୍କାର ପାରାଦୀପରୁ ହାଇଦ୍ରାବାଦ ପର୍ଯ୍ୟନ୍ତ ଗ୍ୟାସ୍ ପାଇପଲାଇନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ, ପ୍ରଧାନମନ୍ତ୍ରୀ ଉର୍ଜା ଗଙ୍ଗା ଯୋଜନାରେ ଝାରଖଣ୍ଡର ବୋକାରୋରୁ ଅନୁଗୁଳ ପର୍ଯ୍ୟନ୍ତ ୩୪୩୭ କୋଟି ଟଙ୍କାର ପାଇପଲାଇନ ପ୍ରକଳ୍ପ, ଭୁବନେଶ୍ୱରରେ ଇଏସଆଇ ହସ୍ପିଟାଲରେ ୫୦ଟି ନୂଆ ଶଯ୍ୟା ସହ ପୁରୁଣା ୫୦ ଶଯ୍ୟାର ଆଧୁନିକୀକରଣ କାର୍ଯ୍ୟର ଶିଳାନ୍ୟାସ, ୨୨୦୦କୋଟି ଟଙ୍କାର ଜାତୀୟ ରାଜପଥ-୧୬କୁ ୬ ଲେନ୍ ବିଶିଷ୍ଟ କରିବାର ନିର୍ମାଣ କାର୍ଯ୍ୟ ଆରମ୍ଭ, ୨ହଜାର କୋଟି ଟଙ୍କା ବ୍ୟୟରେ କଟକ-ଅନୁଗୋଳ ଜାତୀୟ ରାଜପଥର ୪ ଲେନ୍ ବିଶିଷ୍ଟ କାର୍ଯ୍ୟର ଶିଳାନ୍ୟାସ ସହ ଲଳିତଗିରିରେ ବୌଦ୍ଧ କୀର୍ତ୍ତିରାଜି ସଂରକ୍ଷିତ ଥିବା ଏକ ମ୍ୟୁଜିୟମର ଲୋକାର୍ପଣ କରିବେ।
ଆଇଆଇଟି ନୂଆ କ୍ୟାମ୍ପସରୁ ପ୍ରଧାନମନ୍ତ୍ରୀ ଏହି ସମସ୍ତ ଶିଳାନ୍ୟାସ ଓ ଲୋକାର୍ପଣ କାର୍ଯ୍ୟ ସମ୍ପନ୍ନ କରିବେ। ଏହାପରେ ସେ ଏକ ଜନସଭାକୁ ସମ୍ବୋଧିତ କରିବେ ବୋଲି ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି।
ଏହି ଅବସରରେ ସଂସ୍କୃତି ମନ୍ତ୍ରୀ ଶ୍ରୀ ଶର୍ମା କହିଛନ୍ତି ଯେ, ପାଇକ ବିଦ୍ରୋହର ସ୍ମାରକୀ ନିର୍ମାଣ ପାଇଁ କେନ୍ଦ୍ର ସରକାର ବାରମ୍ବାର ଅନୁରୋଧ କରିବା ସତ୍ତ୍ୱେ ରାଜ୍ୟ ସରକାର ଏପର୍ଯ୍ୟନ୍ତ ଜମି ଯୋଗାଇ ଦେଇନାହାନ୍ତି। ଯଦି ଏହି ଜମି ମିଳିଥାନ୍ତା ସେଠାରେ ସ୍ମାରକୀ ନିର୍ମାଣର ଶିଳାନ୍ୟାସ କାର୍ଯ୍ୟ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସମ୍ପାଦିତ ହୋଇପାରିଥାନ୍ତା।

Mo sapath

Leave A Reply

Your email address will not be published.