Blank space
Blank space
Breaking News/ମୁଖ୍ୟ ଖବର:
ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
Blank space

ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁରକୁ ୫୦ଟି ନୂଆ ଇ-ବସ୍

0

ଭୁବନେଶ୍ୱର,ନିରପେକ୍ଷ ଖବର : ୧୦/୦୧  ସମ୍ବଲପୁର ବାସୀଙ୍କ ଗମନା ଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍‌ର ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍‌ର ବ୍ୟବସ୍ଥା କରାଯିବ ବୋଲି ଘୋଷଣା କରିଛନ୍ତି। ସମ୍ବଲପୁରରେ ସମୁଦାୟ ୫୦ଟି ଇ-ବସ୍ ଚାଲିବ।

ସମ୍ବଲପୁରକୁ ଦୁଇ ଦିନିଆ ଗସ୍ତରେ ଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ଆଜି ଏହି ଇ-ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ବସ ଗୁଡିକର ପରିଚାଳନାକୁ ସୁବ୍ୟବସ୍ଥିତ କରିବା ପାଇଁ ଅଇଁଠାପାଲି ଠାରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନସପୋର୍ଟ ବା CRUT ର ଅତ୍ୟାଧୁନିକ ବସ୍ ଟର୍ମିନାଲ ମଧ୍ୟ ଆଜି ଉଦ୍‌ଘାଟନ କରାଯାଇଛି। ଏଥିସହିତ ଆଗାମୀ ୧୦ ବର୍ଷ ପର୍ଯ୍ୟନ୍ତ ଟର୍ମିନାଲ ଏବଂ ବସ ଗୁଡିକର ରକ୍ଷଣାବେକ୍ଷଣ ପାଇଁ ୨୩୮ କୋଟି ୧୪ ଲକ୍ଷ ଟଙ୍କାର ବ୍ୟବସ୍ଥା କରାଯାଇଛି। ଏହି ବସ୍ ବ୍ୟବସ୍ଥା ଦ୍ବାରା ସମ୍ବଲପୁର ବାସୀଙ୍କ ଯାତାୟାତ ବ୍ୟବସ୍ଥା ସୁଦୃଢ ହୋଇପାରିବ ବୋଲି ସେ କହିଥିଲେ।

Blank space

ସେ ଆହୁରି କହିଥିଲେ, ଏହି ବସ ଗୁଡିକରେ ଦିବ୍ୟାଙ୍ଗ ଯାତ୍ରୀଙ୍କ ପାଇଁ ହ୍ବିଲ ଚେୟାରର ବ୍ୟବସ୍ଥା କରିବା ସହିତ ଯାତ୍ରାମାନଙ୍କର ସୁରକ୍ଷା ଏବଂ ସୁବିଧା ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ଡିଜିଟାଲ ପେମେଣ୍ଟ ସହିତ ଡିଜିଟାଲ ପେମେଣ୍ଟରେ ରିହାତିର ବ୍ୟବସ୍ଥା ମଧ୍ୟ ଏହି ବସରେ କରାଯାଇଛି। ଇ-ବସ୍ ହୋଇଥିବାରୁ ପରିବେଶ ପ୍ରଦୂଷଣକୁ ହ୍ରାସ କରିବାରେ ଏହି ବସ୍ ଗୁଡିକ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଉକ୍ତ କାର୍ଯ୍ୟକ୍ରମ ଅବସରରେ, ରାଜସ୍ବ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକ, ସମ୍ବଲପୁର ବିଧାୟକ ଶ୍ରୀ ଜୟନାରାୟଣ ମିଶ୍ର, ପୂର୍ବତନ ବିଧାୟକ ଶ୍ରୀ ନାଉରି ନାଏକ, ଭାରତୀୟ ଜନତା ପାର୍ଟି ଜିଲ୍ଲା ସଭାପତି ରାମଚନ୍ଦ୍ର ମେହେର ପ୍ରମୁଖ ଉପସ୍ଥିତ ଥିଲେ।

Mo sapath

Leave A Reply

Your email address will not be published.