Blank space
Blank space
Breaking News/ମୁଖ୍ୟ ଖବର:
ବଲିଉଡ୍ ତାରକା ଜାହ୍ମବୀ କପୁରଙ୍କ ଦ୍ୱାରା କଲ୍ୟାଣ ଜୁଏଲର୍ସ ପକ୍ଷରୁ ଭୁବନେଶ୍ୱରର ମାଷ୍ଟର କ୍ୟାଂଟିନ୍‌ରେ ନୂଆ ସୋ’ରୁମ୍‌ର ଶୁଭାରମ୍ଭମହାଦେବ ଗୃହ ନିର୍ମାଣ ଉପସ୍ଥାପନ କରୁଛି ମହାଦେବ ଗ୍ରୀନ୍‌ସ୨୫ ରେ ବିଧାନସଭା ଘେରିବ ୬୬୨ ବର୍ଗ କଲେଜ ସଂଘରାଜୀବ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦଦେବା ଓ ମହାଦୁର୍ନୀତି ବିରୁଦ୍ଧରେ ବିଜେପି ର ବିଡିଏ ଅଫିସ ସମ୍ମୁଖରେ ଧାରଣା।ବିଶ୍ଵ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ଟ୍ରେଡ୍‌ରେ ସେପ୍ଟେମ୍ବର ସେସନ ପାଇଁ ନାମଲେଖାରତ୍ନ ଭଣ୍ଡାର ଚାବି ହଜିବା ଜଗନ୍ନାଥ ମନ୍ଦିର ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ…୦୭ ଅଗଷ୍ଟ ୨୦୨୩ – ଭାରତ ବନ୍ଦବିଜନେସ କ୍ଲବ ଅଫ୍ ଏଣ୍ଟରପ୍ରେନରସ (ବିସିଇ)ଉତ୍କଳ କ୍ଲବ୍ ର ଉଦ୍ଘାଟନୀ…ରାଜ୍ୟ ଆର୍‌ବିଏସ୍‌ ଆୟୁଷ ଡାକ୍ତର ସଂଘ, ଓଡ଼ିଶାର ସମୀକ୍ଷା ବୈଠକରାଜ୍ୟ ମିଶନ ଶକ୍ତି ଏସ୍ଏଚ୍‌ଜି କାହାର ଅଧ୍ଵସ୍ତ ନୁହଁନ୍ତି କି ଦୟାର ପାତ୍ର ନୁହଁନ୍ତିଉପକୃତ ବିଜେଡ଼ି ଉପେକ୍ଷିତ ଓଡ଼ିଶାଜୁନ ୭ରୁ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ରାଜ୍ୟ ଗ୍ରାଜୁଏଟ ଠିକା ମହିଳା ପରିଦର୍ଶିକା ସଂଘଝାରସୁଗୁଡ଼ା ଉପନିର୍ବାଚନ ପ୍ରଚାରର ଶେଷ ଦିନରେ କଂଗ୍ରେସର ବିରାଟ ଶୋଭା ଯାତ୍ରାମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣର ପ୍ରତିକ୍ରିୟା ରଖିଲେ କେନ୍ଦ୍ରମନ୍ତ୍ରୀଅଖିଳ ଭାରତ କଂଗ୍ରେସ କମିଟିର ସଭାପତିଙ୍କୁ ହତ୍ୟା ଧମକ ବିରୋଧରେ ଝାରସୁଗୁଡ଼ା ଥାନାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଏତଲା ଦେଲେଝାରସୁଗୁଡା ଉପନିର୍ବାଚନ….ରାଜ୍ୟରେ ୫ଟି ଶାସନ ପ୍ରତି କଂଗ୍ରେସର କଟାକ୍ଷନବୀନ ବାବୁଙ୍କ ଶାସନ କାଳରେ ଓଡ଼ିଶା କୃଷକମାନଙ୍କର ଆୟ ଦ୍ୱିଗୁଣିତ ହେବା ପରିବର୍ତେ ଆୟ ବହୁପରିମାଣରେ କମି କମି ଯାଉଛି : କଂଗ୍ରେସଭୁବନେଶ୍ୱର ଠାରେ ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ” ଉଦଘାଟିତମେ ୬ରେ ଉତ୍କଳକନିକାରେ ମିଷ୍ଟର ଆଣ୍ଡ୍ ମିସ୍ ଉତ୍କଳ ଫ୍ୟାସନ ଶୋ
Blank space

ମୋଦି ସରକାରଙ୍କ ଜନକଲ୍ୟାଣ ଯୋଜନା ଏବଂ ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ହେବ ଝାରସୁଗୁଡା ଉପନିର୍ବାଚନ ପ୍ରଚାରର ମୁଖ୍ୟ ପ୍ରସଙ୍ଗ

୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୨୦/୦୪: ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ଓଡିଶାକୁ ପୂର୍ବପେକ୍ଷା ବହୁ ମାତ୍ରାରେ କେନ୍ଦ୍ରୀୟ ଅନୁଦାନର ସହାୟତା ମିଳୁଛି । ରାଜ୍ୟ ସରକାରଙ୍କ ଦଳୀୟ ପାତର ଅନ୍ତର ନୀତି ଓ ଅପାରଗତା କାରଣରୁ ମୋଦି ସରକାରଙ୍କ ଅନେକ ଜନକଲ୍ୟାଣ ଯୋଜନାର ସୁଫଳ ପାଇବାରୁ ବଂଚିତ ହେଉଛନ୍ତି ଓଡିଶାବାସୀ । ବର୍ତମାନ ଆଇନଶୃଙ୍ଖଳା ରାଜ୍ୟରେ ମୁଖ୍ୟ ପ୍ରସଙ୍ଗ ହୋଇଥିବା କାରଣରୁ ସାଧାରଣ ଲୋକ ଭୟଭୀତ ଅବସ୍ଥାରେ ଅଛନ୍ତି । କେବଳ ଚକ୍ରାନ୍ତ ଓ ଷଡଯନ୍ତ୍ର ରଚି ସରଳ ଓ ନିରୀହ ଭୋଟରଙ୍କୁ ବିଭ୍ରାନ୍ତ କରି ଭୋଟ ସର୍ବସ୍ୱ ରାଜନୀତି କରୁଛି ଶାସକ ବିଜେଡି । ଆଗାମୀ ଝାରସୁଗୁଡା ଉପନିର୍ବାଚନ ଆଇନଶୃଙ୍ଖଳା ଓ ରାଜ୍ୟରେ ଓଡ଼ିଶାବାସୀ କିଭଳି ସୁରକ୍ଷିତ ରହିବେ ସେ ନେଇ ଭାରତୀୟ ଜନତା ପାର୍ଟି ସାଧାରଣ ଲୋକଙ୍କ ପାଖକୁ ଯିବ । ଝାରସୁଗୁଡା ଉପନିର୍ବାଚନ ପ୍ରଚାର କାର୍ଯ୍ୟକୁ ଅଧିକ ଶାଣିତ କରିବା ପାଇଁ ଆଜି ପାର୍ଟି ତରଫରୁ ୪୦ ଜଣିଆ ଷ୍ଟାର ପ୍ରଚାରକ ନାମ ତାଲିକା କେନ୍ଦ୍ର ପକ୍ଷରୁ ଘୋଷଣା କରାଯାଇଛି ।
ଏହି ତାଲିକାରେ ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ଜୁଏଲ ଓରାମ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ଓଡ଼ିଶା ପ୍ରଭାରୀ ସୁନୀଲ ବଂଶଲ, ଡି.ପୁରନ୍ଦେଶ୍ୱରୀ, କେନ୍ଦ୍ରମନ୍ତ୍ରୀ ବିଜୟ ପାଲସିଂ ତୋମାର, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ପୂର୍ବତନ ରାଜ୍ୟ ସଭାପତି ତଥା ସାଂସଦ ସୁରେଶ ପୂଜାରୀ, ପୂର୍ବତନ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା, ପୂର୍ବତନ ସଭାପତି କେଭି ସିଂଦେଓ, ସାଂସଦ ସଙ୍ଗିତା ସିଂଦେଓ, ଅପରାଜିତା ଷଡଙ୍ଗୀ, ନୀତେଶ ଗଙ୍ଗଦେବ, ବିଧାୟକ ମୋହନ ଚରଣ ମାଝୀ, ନାଉରୀ ନାଏକ, ରାଷ୍ଟ୍ରିୟ ପ୍ରବକ୍ତା ସମ୍ବିତ ପାତ୍ର, ବରିଷ୍ଠନେତା ଖାରବେଳ ସ୍ୱାଇଁ, ବରିଷ୍ଠ ନେତ୍ରୀ ସୁରମା ପାଢ଼ୀ, ରାଜ୍ୟ ସାଧାରଣ ସଂପାଦକ ରବି ନାୟକ, ରାଜ୍ୟ ସାଧାରଣ ସଂପାଦକ(ସଂଗଠନ) ମାନସ କୁମାର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ପ୍ରସାଦ ମହାପାତ୍ର, ଡ.ଲେଖାଶ୍ରୀ ସାମନ୍ତସିଂହାର, ବିଧାୟକ ସୁବାଷ ପାଣିଗ୍ରାହୀ, ଶଙ୍କର ଓରାମ, ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା, କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ, ବିଧାୟକ ଭବାନୀ ଶଙ୍କର ଭୋଇ, ନିତ୍ୟାନନ୍ଦ ଗଣ୍ଡ, ମୁକେଶ ମହାଲିଙ୍ଗ, କୁସୁମ ଟେଟେ, ସୁରଜ ସୂର୍ଯ୍ୟବଂଶୀ ସ୍ଥିତପ୍ରଜ୍ଞ, ମଙ୍ଗଳ ସାହୁ, ଦିନେଶ ଜୈନ୍‌, ବରିଷ୍ଠ ନେତା ତ୍ରୀନାଥ ଗୁଆଳ ପ୍ରମୁଖ ସାମିଲ ଅଛନ୍ତି ।

Mo sapath

Leave A Reply

Your email address will not be published.