Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ମୟୂରଭଞ୍ଜ ଜିଲ୍ଲାରେ ପ୍ରଥମ ସପ୍ତାହାନ୍ତ ସଟଡାଉନ।

0

ବାରିପଦା(ନିରପେକ୍ଷ ଖବର) ତା-୦୪/୦୭-ମୟୁରଭଞ୍ଜ ଜିଲ୍ଲାରେ ଜୁଲାଇ ଶେଷ ପର୍ଯ୍ୟନ୍ତ ସପ୍ତାହାନ୍ତ ସଟଡାଉନ ଘୋଷଣା କରାଯାଇଛି। ଜିଲ୍ଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି।ଏବେ ଜିଲ୍ଲାରେ ମୋଟ ୨୫୩ ଆକ୍ରାନ୍ତ ହୋଇଛନ୍ତି।

Public advised
Blank space

ସଂକ୍ରମଣ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାକୁ ସଟଡାଉନ ରଖିଥିବା ବେଳେ ପ୍ରଥମ କରି ମୟୁରଭଞ୍ଜ ଜିଲ୍ଲାକୁ ସଟଡାଉନ ରଖା ଯାଇଛି। ଅନଲକ୍ ୨.୦ରେ ରାଜ୍ୟର ୧୦ଜିଲ୍ଲାରେ ପ୍ରତି ଶନିବାର ଏବଂ ରବିବାର ସଟଡାଉନ ରହିଛି।ଜୁଲାଇ ୩୧ ତାରିଖ ଯାଏଁ ଏହି କଟକଣା ଲାଗୁ ରହିବ।ମୟୂରଭଞ୍ଜ ଜିଲ୍ଲାରେ ପ୍ରଥମ ଥର ସଟଡାଉନ ଘୋଷଣା କରାଯିବା ପରେ ସମ୍ପୂର୍ଣ୍ଣ ଜିଲ୍ଲା ଲକ ରହିଛି।ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ସୂଚନା ଦିଆଯାଇଥିବା ବେଳେ ସୁରକ୍ଷା କର୍ମୀମାନେ ବିଭିନ୍ନ ସ୍ଥାନରେ ପଇଁତର ମାରୁଛନ୍ତି।ମେଡିକାଲ ଓ ମେଡିସିନ ଦୋକାନ ଛାଡିଦେଲେ ଅନ୍ୟ ସମସ୍ତ ପ୍ରକାର ଦୋକାନ ବଜାର ବନ୍ଦ ରହିଛି।ସଚେତନ ନ ହୋଇ ବାହାରେ ବୁଲାବୁଲି କରୁଥିବାରୁ ଲୋକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।
ସଟଡାଉନର ପ୍ରଥମ ଦିନରେ ସର୍ବାଧିକ ଗୋଟାଏ ଦିନରେ ୨୮ କରୋନା ଆକ୍ରାନ୍ତ ଚିନ୍ହଟ ହୋଇଛନ୍ତି।ସେଥି ମଧ୍ୟରୁ ୧୪ଜଣ ସଙ୍ଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୨ ଜଣ ସ୍ଥାନୀୟ ଅଞ୍ଚଳର ଅଟନ୍ତି।ଏଥି ମଧ୍ୟରେ ୨ଜଣ କୋଭିଡ଼ ଯୋଦ୍ଧା ମଧ୍ୟ ଅଛନ୍ତି।ବିଶେଷ କରି ଜିଲ୍ଲାର ସଦର ମହକୁମା ବାରିପଦା ସହରରେ ଦୋକାନ ବଜାର,ସମସ୍ତ ବ୍ୟବସାୟୀକ ପ୍ରତିଷ୍ଠାନ, କାର୍ଯ୍ୟାଳୟ ଇତ୍ୟାଦି ବନ୍ଦ ରହିଛି । ସକାଳ ପାଖରୁ ସହରର ପ୍ରମୁଖ ଛକ ଗୁଡିକରେ ବ୍ୟାପକ ପୋଲିସ ମୃତୟନ କରାଯାଇଛି। ଜିଲ୍ଲାରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟୁଥିବା ପରିଲକ୍ଷିତ ହେଉଛି। ଏହି ସଂଖ୍ୟାରେ ବୃଦ୍ଧି ଘଟୁଥିବା ବେଳେ ସ୍ଥାନୀୟ ଆକ୍ରାନ୍ତ ଏବଂ କରୋନା ଯୋଦ୍ଧା ମାନେ ମଧ୍ୟ ଆକ୍ରାନ୍ତ ହେଉଥିବାରୁ ଜିଲ୍ଲାପ୍ରଶାସନ ପାଇଁ ଏବେ ମୁଣ୍ଡ ବ୍ୟଥାର କାରଣ ପାଲଟିଛି।

Mo sapath

Leave A Reply

Your email address will not be published.