Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ପିଠା କାର୍ଯ୍ୟକ୍ରମକୁ ପ୍ରତ୍ୟାହାର କର – କଂଗ୍ରେସ

ରାଜ୍ୟର ୧୫% ଦଳିତଙ୍କ ପ୍ରତି ନବୀନ ସରକାରଙ୍କର ଚରମ ଅବହେଳା....

0

ଭୁବନେଶ୍ୱର (ନିରପେକ୍ଷ ଖବର)  ‘ପିଠା’ ନାଁରେ  ବିଜେଡି  ସରକାର ଏକ ନିର୍ବାଚନୀ ପ୍ରହେଳିକା ଆରମ୍ଭ କରିଛନ୍ତି । ଏ କାର୍ଯ୍ୟକ୍ରମ ବାସ୍ତବରେ ‘ପିଟା’ । କିନ୍ତୁ ସରକାର ଗାଁ ଲୋକଙ୍କ ମନରେ ମିଛିମିଛିକା ଖୁସି ସୃଷ୍ଟି କରିବା ପାଇଁ ‘ପିଠା’ ନାଁ ଦେଇଛନ୍ତି ବୋଲି ପ୍ରଦେଶ କଂଗ୍ରେସ ଅଭିଯୋଗ ଆଣିଛି । ଭୁବନେଶ୍ୱରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ କଂଗ୍ରେସର ମିଡଆ ସେଲ୍ ଅଧ୍ୟକ୍ଷ ସତ୍ୟ ପ୍ରକାଶ ନାୟକ ‘ପିଠା’ ଯୋଜନାରେ ରାଜ୍ୟର ୧୫% ଦଳିତଙ୍କ ପ୍ରତି ନବୀନବାବୁଙ୍କ ସରକାର ଚରମ ଅନ୍ୟାୟ କରିଛି ବୋଲି ଅଭିଯୋଗ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି କାର୍ଯ୍ୟକ୍ରମ ବାବଦରେ ପ୍ରକାଶିତ ବିଜ୍ଞପ୍ତିରେ ୧୦ଟି ବିଭିନ୍ନ ବିଭାଗର ପ୍ରସଙ୍ଗ ଉପରେ ସଚେତନତା କାର୍ଯ୍ୟକ୍ରମ କରିବାର ଘୋଷଣା ଥିବାବେଳେ ତଫସିଲଭୁକ୍ତ ଜାତି ବା ଦଳିତଙ୍କ ପାଇଁ ନିର୍ଦ୍ଦିଷ୍ଟ କୌଣସି ପ୍ରସଙ୍ଗ ନଥିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି । ‘ପିଠା’ କାର୍ଯ୍ୟକ୍ରମ ବାସ୍ତବରେ ବିଜେଡି ସରକାରଙ୍କ ଦଳିତ ବିରୋଧୀ ମନୋଭାବକୁ ପଦାରେ ପକାଇଛି ବୋଲି ଶ୍ରୀ ନାୟକ କହିଛନ୍ତି ।
ତା ଛଡା ଚଳିତ ଆର୍ଥିକ ବର୍ଷରେ ୩/୪ ଭାଗ ସମୟ ସରି ଯାଇଥିବା ବେଳେ ଠିକ୍ ନିର୍ବାଚନ ପୂର୍ବରୁ ତରବରିଆ ଭାବେ ଏ କାର୍ଯ୍ୟକ୍ରମ କରିବା ଅର୍ଥ ଭୋଟ୍ ପାଇଁ ବିଜ୍ଞାପନରେ ନବୀନବାବୁଙ୍କ ଫଟୋ ଦେଖାଇବା ଏକମାତ୍ର ଉଦ୍ଦେଶ୍ୟ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି ।
ତେଣୁ ତୁରନ୍ତ ରାଜ୍ୟ ସରକାର ଏଭଳି ଦଳିତ ବିରୋଧୀ ଯୋଜନାକୁ ପ୍ରତ୍ୟାହାର କରିବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ମୁଖପାତ୍ର ଅଶୋକ ସାମଲ, ହିମାଂଶୁ ଲେଙ୍କା, ରଜନୀ ମହାନ୍ତି ଓ ଦୀପକ ମହାପାତ୍ର ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.