Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଶିକ୍ଷାନୁଷ୍ଠାନ ପରିଦର୍ଶନ କଲେ ଗଣଶିକ୍ଷା ମନ୍ତ୍ରୀ…

ବିଳମ୍ବିତରେ ଆସିଲେ ଶିକ୍ଷକଙ୍କୁ କୈଫିୟତ ଦେବାକୁ ହେବ।

0

ଭୁବନେଶ୍ୱର,ନିରପେକ୍ଷ ଖବର: ୨୫ ଜୁଲାଇ ୨୦୧୯ ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଭୁବନେଶ୍ୱରସ୍ଥିତ ପ୍ରାଥମିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନରେ  ପହଞ୍ଚି ସେଠାରେ ପ୍ରଶିକ୍ଷାର୍ଥୀମାନଙ୍କ ସହ ମତ ବିନିମୟ କରିଥିଲେ । ବିଳମ୍ବରେ ଆସିଥିବା ଶିକ୍ଷକଙ୍କୁ କୈଫିୟତ ତଲବ କରିବାକୁ
ନିର୍ଦ୍ଦେଶ ଦେଇଥିଲେ । ଶିକ୍ଷାନୁଷ୍ଠାନରେ ଚାଲିଥିବା ନିର୍ମାଣ କାର୍ଯ୍ୟ ତଦାରଖ କରିବା ସହିତ ମନ୍ତ୍ରୀ ଶ୍ରୀ ଦାଶ ଅନୁଷ୍ଠାନରେ ନିୟମିତ ଶିକ୍ଷକ ପଦବୀ ଖାଲିଥିବାର ଅବଗତ ହୋଇଥିଲେ । ପ୍ରତିଷ୍ଠାନର ଭାରପ୍ରାପ୍ତ ଅଧ୍ୟକ୍ଷା ଅପର୍ଣ୍ଣା ମିଶ୍ର ମନ୍ତ୍ରୀ ଶ୍ରୀ ଦାଶଙ୍କ ପରିଦର୍ଶନ ସମୟରେ ଉପସ୍ଥିତ ଥିଲେ । ଅନୁରୂପ ଭାବରେ ମନ୍ତ୍ରୀ ଶ୍ରୀ ଦାଶ ୟୁନିଟ୍‌-୬ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ
କରିଥିଲେ । ମନ୍ତ୍ରୀ ଶ୍ରୀ ଦାଶ ଶ୍ରେଣୀଗୃହ ବୁଲି ଛାତ୍ରୀମାନଙ୍କ ପାଠପଢ଼ା ଦେଖିବା ସହିତ ପ୍ରଦାନ କରାଯାଉଥିବା ଉତ୍‌ଥାନ ଓ ଉତ୍କର୍ଷ କାର୍ଯ୍ୟକ୍ରମ ଉପରେ ପଚାରି ବୁଝିଥିଲେ । ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଓ ପରିବେଷଣ ନେଇ ମନ୍ତ୍ରୀ ଶ୍ରୀ ଦାଶ ଅବଗତ ହୋଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନିରୁପମା
ବେହେରା ମନ୍ତ୍ରୀ ଶ୍ରୀ ଦାଶଙ୍କୁ ସ୍ୱାଗତ ଜଣାଇଥିଲେ ।

Mo sapath

Leave A Reply

Your email address will not be published.