Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ଜାରି…

ବିଧାନସଭା ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ:

0

ଭୁବନେଶ୍ୱର ନିରପେକ୍ଷ ଖବର , ୨୮ ମାର୍ଚ୍ଚ, ୨୦୧୯
ତୃତୀୟ ପର୍ଯ୍ୟାୟ ମତଦାନ ନିମନ୍ତେ ୪୨ ଗୋଟି ବିଧାନସଭା ଓ ୬ଗୋଟି ଲୋକସଭା ଆସନ ପାଇଁ ଆଜି ବିଜ୍ଞାପ୍ତି ପ୍ରକାଶ ପାଇଛି । ଆଜି ପ୍ରଥମ ଦିନରେ ଲୋକସଭା ପାଇଁ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନଥିବାବେଳେ ୬୩-ଆଠମଲ୍ଲିକ, ୧୧୦-ପିପିଲି ଓ ୧୧୩-ଭୁବନେଶ୍ୱର(ଉତ୍ତର) ବିଧାନସଭା ପାଇଁ ଜଣେ ଲେଖାଏଁ
ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ଆଦର୍ଶ ଆଚରଣ ବିଧି ଉଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୭ ଲକ୍ଷ ୧୧ ହଜାର ୭୩୮ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି । ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍‌ ଭାବେ ଲାଗିଥିବା ୭୦ ହଜାର ୩୯୩ଟି ହୋର୍ଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି । ରାଜ୍ୟସ୍ତରୀରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ ନଂ ୦୬୭୪-୨୩୯୫୦୧୫କୁ ବର୍ତ୍ତମାନ ସୁଦ୍ଧା
୪୦୩ଟି କଲ୍‌ କରାଯାଇ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ବା ସୂଚନା ମିଳିଛି ଯାହା ମଧ୍ୟରୁ ୧୮୩ଟି ଅଭିଯୋଗର ସମାଧାନ ପାଇଁ ଜିଲ୍ଲାସ୍ତରକୁ ପଠାଯାଇଛି । ରାଜ୍ୟସ୍ତରୀୟ ଭୋଟର ହେଲପ୍‌ ଲାଇନ୍‌ ନଂ-୧୯୫୦କୁ ଆଜି ସୁଦ୍ଧା ୧୧୯୩୬ଟି ଅଭିଯୋଗ ଗ୍ରହଣ କରାଯାଇ ତାହାର ତ୍ୱରିତ ସମାଧାନ କରାଯାଇଛି । ସି-ଭିଜିଲ୍‌ ଆପ୍‌ ମାଧ୍ୟମରେ ବର୍ତ୍ତମାନ ସୁଦ୍ଧା ୪୦୦ଗୋଟି ଅଭିଯୋଗ ଗ୍ରହଣ କରାଯାଇ ସେଥି ମଧ୍ୟରୁ ୩୫୧ଗୋଟି ଅଭିଯୋଗର ସମାଧାନ କରାଯାଇଛି ।

Mo sapath

Leave A Reply

Your email address will not be published.