Blank space
Blank space
Breaking News/ମୁଖ୍ୟ ଖବର:
ସମ୍ପୂର୍ଣ୍ଣ ଅନ୍‌ଲାଇନ୍‌ ମାଧ୍ୟମରେ ହେବ ଏହି ସବୁ ସରକାରୀ କାର୍ଯ୍ୟରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ସମ୍ପୂର୍ଣ୍ଣ ଅନ୍‌ଲାଇନ୍‌ ମାଧ୍ୟମରେ ହେବ ଏହି ସବୁ ସରକାରୀ କାର୍ଯ୍ୟ

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା: ୧୯/୦୧/୨୬
ରାଜ୍ୟର ବିକାଶକୁ ତ୍ୱରିତ ଗତିରେ ଆଗେଇ ନେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସବୁ ବିଭାଗକୁ ଯେଉଁ ୧୫ ସୂତ୍ରୀ ବିଷୟ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି, ତାହାକୁ କିଭଳି ଅନୁପାଳନ କରାଯାଇପାରିବ ସେ ନେଇ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ବରିଷ୍ଠ ଅଧିକାରୀମାନଙ୍କର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।

ବୈଠକରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିରେ ସବୁ ସରକାରୀ କାର୍ଯ୍ୟ ଏପରିକି ଚିଠିପତ୍ର, ସରକାରୀ ନିର୍ଦ୍ଦେଶନାମା ଆଦି ଓଡ଼ିଆରେ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି ରାଜ୍ୟ ସରକାର ସବୁବେଳେ ନୂତନ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଆସୁଛନ୍ତି । ତେଣୁ ଖାଲିଥିବା ପଦ ପୂରଣ ଏବଂ ପଦୋନ୍ନତି ଅପେକ୍ଷାରେ ଥିବା ଯୋଗ୍ୟ ଅଧିକାରୀଙ୍କୁ ତୁରନ୍ତ ପଦୋନ୍ନତି ଦେବା ପାଇଁ ବୈଠକରେ ଶ୍ରୀ ସିଂହ ଗୁରୁତ୍ୱ ଦେଇଥିଲେ ।

Blank space

ଏହି ଅବସରରେ ପ୍ରମୁଖ ଶାସନ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ କହିଥିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ । ତେଣୁ ସମୟ ସହିତ ତାଳଦେଇ ଆଗକୁ ବଢ଼ିବାକୁ ପଡ଼ିବ । ପାରମ୍ପରିକ ଶୈଳୀରେ ଫାଇଲ କାର୍ଯ୍ୟ ଯୋଗୁଁ କାର୍ଯ୍ୟ ଅଯଥା ବିଳମ୍ବିତ ହେଉଛି । ତେଣୁ ଏଣିକି ସବୁ ସରକାରୀ କାର୍ଯ୍ୟ ଏବଂ ଫାଇଲ ଅନ୍‌ଲାଇନ୍‌ ଓ ଓସ୍ୱାସ୍‌ ଜରିଆରେ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ବର୍ତ୍ତମାନ ଜାରି ରହିଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଯେପରିକି ଭୁବନେଶ୍ୱର ଭିଡ଼ ନିୟନ୍ତ୍ରଣ ପାଇଁ ଜୟଦେବ ବିହାର-ନନ୍ଦନକାନନ ସମେତ ମୋଟ ୩୭ ଗୋଟି ରାସ୍ତା ପ୍ରକଳ୍ପ, କୋରାପୁଟ-ଜୟପୁର, ବ୍ରହ୍ମପୁର-ଜୟପୁର, ନମୋ ଏକ୍ସପ୍ରେସ୍‌ ୱେ ଏବଂ ଅଟଳ ଏକ୍ସପ୍ରେସ୍‌ ୱେ ଆଦି ପାଇପ୍‌ଲାଇନ୍‌ରେ ଥିବା ବିଭିନ୍ନ ପ୍ରକଳ୍ପକୁ ସମୟ ଅବଧି ମଧ୍ୟରେ ସାରିବା ନେଇ ବୈଠକରେ ଆଲୋଚନା ହୋଇଥିଲା ।

ଏଥି ସହିତ ବିଭିନ୍ନ ପ୍ରକଳ୍ପ ନିର୍ମାଣ ସମୟରେ ଜମି ଅଧିଗ୍ରହଣ, ଜଙ୍ଗଲ ଜମି ଅନୁମୋଦନ, ୟୁଟିଲିଟି ସିଫଟିଂ ଆଦି କିଭଳି ସହଜରେ କରିହେବ ସେଥି ନେଇ ଆଲୋଚନା ହୋଇଥିଲା ।

ଏହି ବୈଠକରେ ଇଆଇସି ତଥା ସ୍ୱତନ୍ତ୍ର ଶାସନ ସଚିବ ଇଂ ଏଲ୍‌.କେ. ପାଢ଼ୀ, ଅତିରିକ୍ତ ଶାସନ ସଚିବ ଶ୍ରୀ ଦୀପକ ରଞ୍ଜନ ଦାସ, ଶ୍ରୀ ପ୍ରଦୀପ ସାହୁ, ଇଆଇସି ଇଂ ଧ୍ୟାନଚାନ୍ଦ ନାୟକ, ମୁଖ୍ୟଯନ୍ତ୍ରୀ ବିଲ୍‌ଡିଂ ଇଂ ପ୍ରିୟବ୍ରତ ସାମନ୍ତରାୟ, ମୁଖ୍ୟଯନ୍ତ୍ରୀ ଏନ୍‌ଏଚ୍‌-୧ ଇଂ ନାରାୟଣ ପଟେଲ, ମୁଖ୍ୟଯନ୍ତ୍ରୀ ଏନ୍‌ଏଚ୍‌-୨ ଇଂ ଦୀପକ ପାଣିଗ୍ରାହୀ, ମୁଖ୍ୟଯନ୍ତ୍ରୀ, ବ୍ରିଜ ଇଂ ଅରବିନ୍ଦ ତ୍ରୀପାଠୀ, ଯୁଗ୍ମ ଶାସନ ସଚିବ ଶ୍ରୀ ଦୀପ୍ତିରଞ୍ଜନ ବେହେରା, ଅର୍ଥ ପରାମର୍ଶଦାତା ରତୀକାନ୍ତ ମହାପାତ୍ରଙ୍କ ସମେତ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.