Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ

0

ଭୁବନେଶ୍ବର,ନିରପେକ୍ଷଖବର:ତା.୧୪/୧୨ ଭୁବନେଶ୍ୱର ସ୍ଥିତ ଦି ଓଡ଼ିଶା ଆସୋସିଏସନ୍ ଫର୍ ଦି ବ୍ଲାଇଣ୍ଡ୍ ପରିସରରେ ଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଆଲୋଚନାଚକ୍ରରେ ମହିଳା ଥାନାର କାର୍ଯ୍ୟକାରିତା, ଦକ୍ଷତା ଓ ପ୍ରଭାବଶୀଳତା ସଂର୍ପକରେ ଆଲୋଚନା ହୋଇଥିଲା ।
ଏହି ଆଲୋଚନାଚକ୍ରରେ ମୁଖ୍ୟ ଅତିଥିଭାବେ ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତି ହେମନ୍ତମ, ଯୋଗଦାନ କରି ଆଲୋଚନାଚକ୍ରକୁ ଉଦ୍ଘାଟନ କରିଥିଲେ । ମନ୍ତ୍ରୀ ଶ୍ରୀମତୀ ହେମବ୍ରମ୍ ଉଦ୍ଘାଟନି ଭାଷଣରେ ରାଜ୍ୟ ସରକାର ମହିଳା ଓ ଶିଶୁମାନଙ୍କର ଅଧିକାର ସୁରକ୍ଷା ସଂପର୍କିତ ଯୋଜନା ବିଷୟରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ଏହି ଆଲୋଚନାଚକ୍ରରେ ଓଡ଼ିଶା ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ଡଃ ମିନତି ବେହେରା ଏହାର ଆଭିମୁଖ୍ୟ ସଂପର୍କରେ ସୂଚନା ପ୍ରଦାନ କରିଥିବାବେଳେ ଏଥିରେ ସମ୍ମାନୀତ ଅତିଥି ଭାବେ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଯୋଗଦାନ କରିଥିଲେ । ଏହି ଆଲୋଚନାଚକ୍ରରେ,
ଶ୍ରୀମତୀ ରେଖା ଲୋହାନୀ, ଅତିରିକ୍ତ ପୋଲିସ ଡ଼ିଜି, ମୁଖ୍ୟବକ୍ତା ଭାବେ ଯୋଗଦାନ କରିଥିଲେ। ମୁଖ୍ୟବକ୍ତା ଶ୍ରୀମତୀ ଲୋହାନୀ ମହିଳା ଓ ଶିଶୁମାନଙ୍କ ସୁରକ୍ଷା ନିମନ୍ତେ କାର୍ଯ୍ୟରତ ମହିଳା ଥାନା ଏବଂ ମହିଳା ଓ ଶିଶୁ ଡେସ୍କର କାର୍ଯ୍ୟକଳାପ ସଂପର୍କରେ ସଂକ୍ଷିପ୍ତ ସୂଚନା ପ୍ରଦାନ କରିବା ସହ ଏହାର କାର୍ଯ୍ୟକାରିତା, ଦକ୍ଷତା ଓ ପ୍ରଭାବଶୀଳତା ସଂପର୍କରେ ବିଷଦ ଆଲୋଚନା କରିଥିଲେ ଏବଂ ପୋଲିସ ବିଭାଗ ରାଜ୍ୟରେ ମହିଳା ଓ ଶିଶୁମାନଙ୍କ ସୁରକ୍ଷା ପାଇଁ ତତ୍ପରଥିବା ପ୍ରକାଶ କରିଥିଲେ । ଉକ୍ତ ଆଲୋଚନାଚକ୍ରରେ ରାଜ୍ୟର ବିଭିନ୍ନ ଜିଲ୍ଲାର ମହିଳା ଥାନା ଓ ମହିଳା ଓ ଶିଶୁ ଡେସ୍କରେ କାର୍ଯ୍ୟରତ ପୋଲିସ ଅଧିକାରୀ/କର୍ମଚାରୀମାନେ ଯୋଗଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉତ୍କଳ ବିଶ୍ବ ବିଦ୍ୟାଳୟର ମନୋବିଜ୍ଞାନ ବିଭାଗର ପ୍ରାକ୍ତନ ପ୍ରଫେସ୍‌ର ଡଃ. ପି.କେ. ରଥ, ଶିମିଳିଗୁଡ଼ା ଡ଼ିଗ୍ରୀ ମହାବିଦ୍ୟାଳୟର ରିଡ଼ର ଡଃ. ଝାନସୀ ସିଂ ଏବଂ ଶ୍ରୀ ସୁଶିଲ୍ କୁମାର ରାୟ, ରେଜିଷ୍ଟାର, ଓଡ଼ିଶା ରାଜ୍ୟ ମହିଳା କମିଶନ ପ୍ରଭୃତି ବିଶେଷ ପର୍ସନ ଭାବେ ଯୋଗଦାନ କରିଥିଲେ । ଶେଷରେ ରାଜ୍ୟ ମହିଳା କମିଶନର ଆବାହକ ସଚିବ ଶ୍ରୀ ଏନ୍.ସି. ଜ୍ୟୋତି ରଞ୍ଜନ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

Mo sapath

Leave A Reply

Your email address will not be published.