Blank space
Blank space
Breaking News/ମୁଖ୍ୟ ଖବର:
କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ
Blank space

ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଦବଙ୍ଗ ଷ୍ଟାଇଲ …..

ଅଚାନକ ଡିଗ୍ରୀ ମହାବିଦ୍ୟାଳୟ ପରିଦର୍ଶନରେ ଯାଇ ଅଧକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଧେଶ...

0

ଭୁବନେଶ୍ୱର,ନିରପେକ୍ଷ ଖବର: ୧୨ ସେପେଫମ୍ବର, ୨୦୧୯: ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଦବଙ୍ଗ ଷ୍ଟାଇଲରେ କଳାପଥର-ଧଳାପଥର ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟକୁ ଅଚାନକ ଗସ୍ତ କରି ମହାବିଦ୍ୟାଳୟ ଅଧକ୍ଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଉଚ୍ଚଶିକ୍ଷା ବିଭାଗର ନିର୍ଦେଶକଙ୍କୁ ନିର୍ଦ୍ଧେଶ ଦେଇଛନ୍ତି। ଆଜି (ଗୁରୁବାର) ଅପରାହ୍ନ ୧ଟା ୪୦ ମିନିଟ୍‌ରେ କଟକ ଜିଲ୍ଲା ଅନ୍ତର୍ଗତ କଳାପଥର-ଧଳାପଥର ଡିଗ୍ରୀ ମହାବିଦ୍ୟାଳୟକୁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଅଚାନକ ପରିଦର୍ଶନ କରିଥିଲେ । ମନ୍ତ୍ରୀଙ୍କ ପରିଦର୍ଶନ ସମୟରେ କଲେଜ୍‌ର ଅଧ୍ୟକ୍ଷ ଅନୁପସ୍ଥିତ ଥିବା ଓ ମଧ୍ୟାହ୍ନ ଭୋଜନରେ ଯାଇଥିବା ପଚାରି ବୁଝିଥିଲେ । ମଧ୍ୟାହ୍ନ ଭୋଜନ ସମୟ ଅପରାହ ଗୋଟାଏରୁ ୧ଟା ୩୦ ମିନିଟ୍‌ ଧାର୍ଯ୍ୟ କରାଯାଇଥିବାବେଳେ ଅଧ୍ୟକ୍ଷ ୧ଟା ୫୦ ମିନିଟ୍‌ ସମୟରେ କଲେଜ୍‌ରେ ପହଞ୍ଚିଥିଲେ । ରୁଟିନ୍‌ ଅନୁଯାୟୀ ସେହି ସମୟରେ ତିନୋଟି କ୍ଲାସ୍‌ ହେବାକୁ ଥିବାବେଳେ କୌଣସି କ୍ଲାସ୍‌ ହେଉନଥିବା ମନ୍ତ୍ରୀ ଦେଖିବାକୁ ପାଇଥିଲେ । ମନ୍ତ୍ରୀ ଡ. ସାହୁ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମନ୍ତ୍ରୀ ଡ. ସାହୁ ମହାବିଦ୍ୟାଳୟର ଉପସ୍ଥାନ ଯାଞ୍ଚ କରିବା ସମୟରେ ଦୁଇଜଣ ଅଧ୍ୟାପକ କିଶୋର ସାହୁ ଏବଂ ଆର୍‌.ସି. ଜେନା ଉପସ୍ଥିତ ଥିଲେ । ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ ମୁତାବକ ଏ ପର୍ଯ୍ୟନ୍ତ ମହାବିଦ୍ୟାଳୟର ପ୍ରୋକଫରିଆଲ୍‌ କ୍ଲାସ୍‌ର ପ୍ରଚଳନ କରାଯାଇନଥିବା ପରିପ୍ରେକ୍ଷୀରେ ମନ୍ତ୍ରୀ ଡ. ସାହୁ ଅସନ୍ତୋଷ ବ୍ୟକ୍ତ କରିଥିଲେ ଏବଂ ତୁରନ୍ତ ପ୍ରୋକଫରିଆଲ୍‌ କ୍ଲାସ୍‌ ଚାଲୁ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ଗସ୍ତ ସମୟରେ ମନ୍ତ୍ରୀ ଡ. ସାହୁ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ସହ ସେମାନଙ୍କର ପାଠପଢ଼ା ଓ ମହାବିଦ୍ୟାଳୟର ଶିକ୍ଷାଦାନ ବ୍ୟବସ୍ଥା ସଂପର୍କରେ ପଚାରି ବୁଝିଥିଲେ ।

Mo sapath

Leave A Reply

Your email address will not be published.