ଭୁବନେଶ୍ୱର, ନିରପେକ୍ଷ ଖବର:୦୬/୧୦/ ୧୦ଟି ଜିଲ୍ଲାର ଲୋକମାନଙ୍କୁ ସତର୍କ ରହିବାକୁ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ମଧ୍ୟାହ୍ନ ୧ଟା ୧୫ ମିନିଟ୍ ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର,ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ଦେଓଗଡ଼ ଏବଂ ବରଗଡ଼ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।ସେହିପରି ରାଜ୍ୟର ଆଉ କିଛି ସ୍ଥାନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ବଜ୍ରପାତ ବିପଦ ଥିବାରୁ ଏହି ଜିଲ୍ଲା ଗୁଡିକ ଲୋକମାନଙ୍କୁ ସତର୍କ ରହିବାକୁ ଆଗୁଆ ସତର୍କ ସୂଚନା ଦିଆଯାଇଛି।
