Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !

0

ପାରାଦୀପ,ନିରପେକ୍ଷ ଖବର:ତା ୨୨/୧୧  ଆସନ୍ତା ନଭେମ୍ବର ୨୩ ତାରିଖରେ ପାରାଦୀପ ଅଠରବାଙ୍କି ବାଲିପ୍ଲଟ ସ୍ଥିତ ସଙ୍ଘ କାର୍ଯ୍ୟାଳୟରେ ଡମ୍ପର ମାଲିକ ସଂଘ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି l ଏହି ନିର୍ବାଚନରେ ସକାଳ ୮ ଟାରୁ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯାଇ ପରେ ପରେ ଫଳାଫଳ ଘୋଷଣା କରାଯିବ l ଚଳିତ ନିର୍ବାଚନରେ ୩ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଥିବା ବେଳେ ଅନ୍ୟ ଦୁଇ ପ୍ରାର୍ଥୀଙ୍କ ବିରୋଧରେ କେହି ପ୍ରତିଦ୍ବନ୍ଦିତା କରୁନଥିବାରୁ ସେମାନେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି l ୩୮୫ ମାଲିକ ଏଥର ନିର୍ବାଚନରେ ୩ କର୍ମକର୍ତ୍ତା ଙ୍କୁ ନିର୍ବାଚିତ କରିବାକୁ ଯାଉଥିବା ବେଳେ ଗୁରୁତ୍ୱପୂର୍ଣ୍ଣ ସଭାପତି ଓ ସମ୍ପାଦକ ପଦବୀ କେଉଁ ଗୋଷ୍ଠି ହାତକୁ ଯିବ ତାହା ଫଳାଫଳ ଘୋଷଣା ପରେ ଜଣାପଡିବ l ତେବେ ଚଳିତ ନିର୍ବାଚନରେ ସଂଘର ସଭାପତି ପଦ ପାଇଁ ବିଜୟ କୁମାର ନାୟକ (ସଦା) ଓ ମନୋରଞ୍ଜନ ମିଶ୍ର ପ୍ରତିଦ୍ବନ୍ଦିତା କରୁଥିବା ବେଳେ ଶ୍ରୀ ନାୟକ (ସଦା) ଓ ତାଙ୍କ ସମର୍ଥିତ ପ୍ରାର୍ଥୀଙ୍କ ପଲ୍ଲା ଭାରି ରହିଥିବା ଚର୍ଚ୍ଚା ହେଉଛି l ସୂଚନା ଥାଉକି ସଂଘ ଏବଂ ଗାଡି ମାଲିକଙ୍କ ସ୍ୱାର୍ଥ ରକ୍ଷା ଏବଂ ଆର୍ଥିକ ବିକାଶ କ୍ଷେତ୍ରରେ ସମ୍ପ୍ରତି ସଭାପତି ବିଜୟ ନାୟକ ଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି l ତେଣୁ ଏଥର ବିଜୟଙ୍କ ବିଜୟ ସୁନିଶ୍ଚିତ ବୋଲି ତାଙ୍କ ସମର୍ଥକ ଦୃଢ଼ ନିଶ୍ଚିତ ଥିବାବେଳେ ଅପରଗୋଷ୍ଠୀ ଦୀର୍ଘଦିନ ହେବ ସେଭଳି ଆଖିଦୃଶିଆ କାର୍ଯ୍ୟ କରିନଥିବା ଅଭିଯୋଗ କରି ଏଥର ତାଙ୍କର ନିଶ୍ଚିତ ପରାଜୟ ଘଟିବ ବୋଲି କହୁଥିବାର ଦେଖିବାକୁ ମିଳିଛି l ହେଲେ ଆସନ୍ତା ୨୩ ରେ ଚିତ୍ର ସ୍ପଷ୍ଟ ହେବା ସହ ବିଜୟ ଟୀକା କାହା କପାଳରେ ଲାଗୁଛି ତାହା ଦେଖିବା ବାକି ରହିଲା l

Mo sapath

Leave A Reply

Your email address will not be published.